fbpx

ବଢ଼ିଲା ବିଦ୍ୟୁତ ଦର: ଜାଣନ୍ତୁ ଏଥିରୁ କିଏ ପଡିବେ ବାଦ୍ ?

ଭୁବନେଶ୍ୱର,୨୪/୯(ଓଡିଶା ଭାସ୍କର): ଜନସାଧାରଣଙ୍କ ପାଇଁ ଆସିଛି ବଡ ଖବର। ଆସନ୍ତାମାସ ଠାରୁ ବଢିଯିବ ବିଦ୍ୟୁତ ଦର । ଏନେଇ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଅକ୍ଟୋବର ମାସ ଠାରୁ ବିଦ୍ୟୁତ ୟୁନିଟ ପିଛା ୨୦ ପଇସା ବଢ଼ାଇବାକୁ ନିଷ୍ପତ୍ତି ହୋଇଛି ।

କିନ୍ତୁ ବିଦ୍ୟୁତ ଦର ବୃଦ୍ଧିରୁ କୁଟୀର ଜ୍ୟୋତି ଓ ବିପିଏଲ ଚାଷୀ ଉପଭୋକ୍ତା ବାଦ ପଡିବେ ।

ତେବେ ବିଦ୍ୟୁତ ଦର ୫୦ ୟୁନିଟ ପର୍ଯ୍ୟନ୍ତ ୨ଟଙ୍କା ୭୦ ପଇସାକୁ ବୃଦ୍ଧି ପାଇଥିବା ବେଳେ ୧୦୦ ୟୁନିଟ ପର୍ଯ୍ୟନ୍ତ ୩ଟଙ୍କା ୬୦ ପଇସା, ୨ଶହ ଯାଏଁ ୪ଟଙ୍କା ୫ ପଇସା ବୃଦ୍ଧି କରାଯାଇଛି । ସେହିପରି ୩ଶହ ୟୁନିଟ ଯାଏଁ ୪ଟଙ୍କା ୫୩ ପଇସା, ୪ଶହ ୟୁନିଟ ଯାଏଁ ୪ଟଙ୍କା ୭୮ ପଇସା ଓ ୫ଶହ ୟୁନିଟ ପର୍ଯ୍ୟନ୍ତ ୫ଟଙ୍କା ବୃଦ୍ଧି କରାଯାଇଛି ବୋଲି ଆୟୋଗ ପକ୍ଷରୁ କୁହାଯାଇଛି।

Get real time updates directly on you device, subscribe now.