fbpx

ତୃତୀୟ ଲହର ମୁଁହା ଭାରତ, ଗତ ୨୪ ଘଣ୍ଟା ମଧ୍ୟରେ ୪୨ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ, ୩୦୮ ମୃତ

ନୂଆଦିଲ୍ଲୀ: ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଜନିତ ସଂକ୍ରମଣ ସଂଖ୍ୟା ୪୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨ ହଜାର ୭୬୬ ନୂତନ ସଂକ୍ରମଣ ଚିହ୍ନଟ ହୋଇଛନ୍ତି ଓ ୩୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୯,୮୮,୬୭୩୭ ଓ ମୃତ୍ୟୁସଂଖ୍ୟା ୪,୪୦,୫୩୩ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୦୯୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୧,୩୮,୦୯୨ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୦,୦୪୮। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୮,୪୬,୬୯,୫୨୧ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

 

Get real time updates directly on you device, subscribe now.