fbpx

କରୋନାର ନୂଆ ରେକର୍ଡ; ଦୈନିକ ସଂକ୍ରମଣ ୨ ଲକ୍ଷ ପାର୍, ଓମିକ୍ରନ ସଂଖ୍ୟା ୫୪୮୮କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସହିତ ଓମିକ୍ରନ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଲକ୍ଷ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ଲକ୍ଷ ୪୭ ହଜାର ୪୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲିଠାରୁ ଆଜି ୨୭ ପ୍ରତିଶତ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭ ହାର ୧୩.୧୧ ପ୍ରତିଶତ ବୃଦ୍ଧି ପାଇଛି । ଏହା ସହିତ ୨୪ ଘଣ୍ଟା ମଧ୍ୟରେ ୨୮୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୫ ହଜାର ୩୫କୁ ବୃଦ୍ଧି ପାଇଛି ।

କେବଳ ଏତିକି ନୁହେଁ, ସବୁଠାରୁ ଅଧିକ ମାମଲା ମହାରାଷ୍ଟ୍ରରେ ୪୬,୭୨୩ ମାମଲା ସାମ୍ନାକୁ ଆସିଛି । ଏହା ବ୍ୟତୀତ ଦିଲ୍ଲୀରେ ୨୭,୫୬୧, ପଶ୍ଚିମବଙ୍ଗରେ ୨୨,୧୫୫, ତାମିଲନାଡୁରେ ୧୭,୯୩୪, କର୍ଣ୍ଣାଟକରେ ୨୧,୩୯୦ ନୂଆ ପଜିଟିଭ ମାମଲା ସାମ୍ନାକୁ ଆସିଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୩,୧୭,୯୨୭ କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ୮୪ ହଜାର ୮୨୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ସକ୍ରିୟ ମାମଲା ୧୧ ଲକ୍ଷ ୧୭ ହଜାର ୫୩୧ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫୪.୬୧ କୋଟି ଲୋକ ଟିକା ନେଇଛନ୍ତି । ଏହା ସହ ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୮୮ରେ ପହଞ୍ଚିଛି । ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.