fbpx

ଦେଶରେ ଅସମ୍ଭାଳ କରୋନା; ଦିନକରେ ୧,୬୮,୦୬୩ ପଜିଟିଭ ଚିହ୍ନଟ, ବାହାରିଲେ ୪୨୮ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସହିତ ଓମିକ୍ରନ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଦିଲ୍ଲୀ ଓ ମହାରାଷ୍ଟ୍ର ଭଳି ସହରରେ କରୋନା ମାମଲା ସାଙ୍ଗକୁ ଓମିକ୍ରନ ମାମଲାକୁ ଅଧିକ ସାମ୍ନାକୁ ଆସୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୬୮ ହଜାର ୬୩ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ତୁଳନାରେ ୬.୫% ବଢ଼ିଛି ସଂକ୍ରମଣ । ଏହା ସହିତ ୨୪ ଘଣ୍ଟା ମଧ୍ୟରେ ୨୭୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୪ ହଜାର ୨୧୩କୁ ବୃଦ୍ଧି ପାଇଛି ।

କେବଳ ଏତିକି ନୁହେଁ, ସବୁଠାରୁ ଅଧିକ ମାମଲା ମହାରାଷ୍ଟ୍ରରେ ୩୩,୪୭୦ ମାମଲା ସାମ୍ନାକୁ ଆସିଛି । ଏହା ବ୍ୟତୀତ ପଶ୍ଚିମବଙ୍ଗରେ ୧୯,୨୮୯, ଦିଲ୍ଲୀରେ ୧୯,୧୬୬, ତାମିଲନାଡୁରେ ୧୩,୯୯୦, କର୍ଣ୍ଣାଟକରେ ୧୧,୬୯୮ ହଜାର ପଜିଟିଭ ମାମଲା ସାମ୍ନାକୁ ଆସିଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୮,୭୫,୭୯୦ କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୩,୪୫,୭୦,୧୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ସକ୍ରିୟ ମାମଲା ୮,୨୧,୪୪୬ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫୨ କୋଟି ୮୯ ଲକ୍ଷରୁ ଅଧିକ ଲୋକ ଟିକା ନେଇଛନ୍ତି ।

ଏହା ସହ ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୪୬୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ୪୨୮ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.