ଦେଶରେ ୨ ଲକ୍ଷ ୮୬ ହଜାର ୩୮୪ କୋରୋନା ଆକ୍ରାନ୍ତ ଚିହ୍ନଟ, ୫୭୩ ମୃତ

ନୂଆଦିଲ୍ଲୀ: ଓମିକ୍ରନ ଯୋଗୁଁ କରୋନା ମାମଲା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୮୬ ହଜାର ୩୮୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦେଶରେ ଦୈନିକ ସଂକ୍ରମଣ ହାର ୧୯.୫୯% ରହିଛି । ସେହିପରି ୨୪ ଘଣ୍ଟାରେ ୫୭୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୯୧ ହଜାର ୭୦୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ସୁସ୍ଥ ହେଲେଣି ୩ କୋଟି ୭୬ ଲକ୍ଷ ୭୭ ହଜାର ୩୨୮ ଜଣ ଆକ୍ରାନ୍ତ । ୨୪ ଘଣ୍ଟାରେ ୩ ଲକ୍ଷ ୬ ହଜାର ୩୫୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସକ୍ରିୟ ମାମଲା ୨୨,୦୨,୪୭୨ ରହିଛି । ଏହା ସହ ଦେଶରେ ୧୬୩ କୋଟି ୮୪ ଲକ୍ଷ ୩୯ ହଜାର ୨୦୭ ଲୋକ ଟିକା ନେଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।