fbpx

ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା, ଦଳକୁ ଫେରିଲେ ଶାମି

ମୁମ୍ବାଇ: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷ ଆଗାମୀ ଟି-୨୦ ସିରିଜ ପାଇଁ ଅଲ ଇଣ୍ଡିଆ ସିନିୟର ଚୟନ କମିଟି ଭାରତୀୟ ଦଳ ଘୋଷଣା କରିଛି। ସୋମବାର ଅନୁଷ୍ଠିତ ଚୟନ କମିଟି ବୈଠକରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ମଧ୍ୟ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଘୋଷଣା କରାଯାଇଥିଲା।

ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ସିରିଜରେ କଣ୍ଡିସନର ସମ୍ପର୍କିତ କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟା, ଅର୍ଶଦୀପ ସିଂ ଏବଂ ଭୁବନେଶ୍ୱର କୁମାର ଏନସିଏକୁ ରିପୋର୍ଟ କରିବେ ବୋଲି ବିସିସିଆଇ ଏକ ବିବୃତ୍ତିରେ କହିଛି।

ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ୍ ରାହୁଲ (ଉପ-ଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡା, ଋଷଭ ପନ୍ତ (ୱିକେଟ କିପର), ଦୀନେଶ କାର୍ତ୍ତିକ (ୱିକେଟ କିପର), ହାର୍ଦ୍ଦିକ ପାଣ୍ଡ୍ୟା, ଆର ଅଶ୍ୱିନ୍, ୟୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଭୁବନେଶ୍ୱର କୁମାର, ମହମ୍ମଦ ଶାମି, ହର୍ଷଲ ପଟେଲ, ଦୀପକ ଚହର, ଜସପ୍ରୀତ ବୁମ୍ରା।

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ୍ ରାହୁଲ (ଉପ-ଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡା, ଋଷଭ ଷଭ ପନ୍ତ (ୱିକେଟ କିପର), ଦୀନେଶ କାର୍ତ୍ତିକ (ୱିକେଟ କିପର), ଆର ଅଶ୍ୱିନ, ୟୁଜବେନ୍ଦ୍ର ଚହଲ, ଅକ୍ଷାର ପଟେଲ , ଅର୍ଶଦୀପ ସିଂ, ମହମ୍ମଦ ଶାମି, ହର୍ଷଲ ପଟେଲ, ଦୀପକ ଚହର, ଜସପ୍ରୀତ ବୁମ୍ରା।

 

Get real time updates directly on you device, subscribe now.