fbpx

ଦିନକରେ ୯୨ ହଜାର ୦୭୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୪ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୭୯ ହଜାର ୭୨୨ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୯୨ ହଜାର ୦୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ଲକ୍ଷ ୫୪ ହଜାର ୩୫୭କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ ଲକ୍ଷ ୮୬ ହଜାର ୫୯୮ ଜଣ ଚିକିତ୍ସିତ ହେଉଥିବା ବେଳେ ୩୭ ଲକ୍ଷ ୮୦ ହଜାର ୧୦୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.