fbpx

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ଟପିଲା

ନୂଆଦିଲ୍ଲୀ,୧୬ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୮୨ ହଜାର ୦୬୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୯୦ ହଜାର ୧୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ୨୦ ହଜାର ୩୬୦ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ ଲକ୍ଷ ୯୫ ହଜାର ୯୩୩ ଜଣ ଚିକିତ୍ସିତ ହେଉଥିବା ବେଳେ ୩୯ ଲକ୍ଷ ୪୨ ହଜାର ୩୬୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.