ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୮୪ ହଜାର ୩୭୨କୁ ବୃଦ୍ଧି

ନୂଆଦିଲ୍ଲୀ,୧୮ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୮୪ ହଜାର ୩୭୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୧୭୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୯୭ ହଜାର ୮୯୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ଲକ୍ଷ ୧୪ ହଜାର ୬୭୭ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୧୦ ଲକ୍ଷ ୧୭ ହଜାର ୭୫୪ ଜଣ ଚିକିତ୍ସିତ ହେଉଥିବା ବେଳେ ୪୧ ଲକ୍ଷ ୧୨ ହଜାର ୫୫୧ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.