fbpx

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮୮,୯୩୫କୁ ବୃଦ୍ଧି

ନୂଆଦିଲ୍ଲୀ,୨୨ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୮୮ ହଜାର ୯୩୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୦୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୫ ହଜାର ୦୮୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ଲକ୍ଷ ୬୨ ହଜାର ୬୬୪କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ଲକ୍ଷ ୭୫ ହଜାର ୮୬୧ ଜଣ ଚିକିତ୍ସିତ ହେଉଥିବା ବେଳେ ୪୪ ଲକ୍ଷ ୯୭ହଜାର ୮୬୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.