fbpx

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯୫ହଜାର ୫୪୨କୁ ବୃଦ୍ଧି

ନୂଆଦିଲ୍ଲୀ,୨୮ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୯୫ହଜାର ୫୪୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧,୦୩୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୮୨ ହଜାର ୧୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଲକ୍ଷ ୭୪ ହଜାର ୭୦୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ଲକ୍ଷ ୬୨ ହଜାର ୬୪୦ ଜଣ ଚିକିତ୍ସିତ ହେଉଥିବା ବେଳେ ୫୦ ଲକ୍ଷ ୧୬ହଜାର ୫୨୦ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.