fbpx

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯୬ହଜାର ୩୧୮କୁ ବୃଦ୍ଧି

ନୂଆଦିଲ୍ଲୀ,୨୯ ।୯:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୯୬ହଜାର ୩୧୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦ ହଜାର ୫୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ଲକ୍ଷ ୪୫ ହଜାର ୨୯୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ଲକ୍ଷ ୪୭ ହଜାର ୫୭୬ ଜଣ ଚିକିତ୍ସିତ ହେଉଥିବା ବେଳେ ୫୧ ଲକ୍ଷ ୦୧ହଜାର ୩୯୭ ଜଣ ସୁସ୍ଥ ହୋଇସାରିଛନ୍ତି । ୨୪ ଘଣ୍ଟାରେ ୮୪ ହଜାର ୮୭୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.