fbpx

ଦେଶରେ ୫୦ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୭ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୪୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୫୭,୯୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୬୬୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୭୬ ହଜାର ୯୦୦ ଜଣ ଚିକିତ୍ସିତ ହେଉଥିବା ବେଳେ ୧୮ ଲକ୍ଷ ୧୯ ହଜାର ୮୪୨ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.