fbpx

ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୫,୮୨୯ ନୂଆ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ,୪ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୦୧ ହଜାର ୭୮୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୪୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୫ ହଜାର ୮୨୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୪୯ ହଜାର ୩୭୪କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୯ଲକ୍ଷ ୩୭ ହଜାର ୬୨୫ ଜଣ ଚିକିତ୍ସିତ ହେଉଥିବା ବେଳେ ୫୫ ଲକ୍ଷ ୦୯ ହଜାର ୯୬୬ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.