fbpx
BJD SKY
BJD SKY

ଦେଶରେ କମିଲା ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା, ଜାଣନ୍ତୁ ଆଜି କେତେ ?

BJD

ନୂଆଦିଲ୍ଲୀ,୧୨ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୦୯ ହଜାର ୧୫୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ ହଜାର ୭୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ଲକ୍ଷ ୨୦ ହଜାର ୫୩୯କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ୮ ଲକ୍ଷ ୬୧ ହଜାର ୮୫୩ ଜଣ ଚିକିତ୍ସିତ ହେଉଥିବା ବେଳେ ୬୧ ଲକ୍ଷ ୪୯ ହଜାର ୫୩୫ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.