fbpx

୨୪ ଘଣ୍ଟାରେ ୬୩ , ୩୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୫ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ ହଜାର ୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୯୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭୦ ହଜାର ୪୯୬କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୮ ଲକ୍ଷ ୦୪ ହଜାର ୫୨୮ ଜଣ ଚିକିତ୍ସିତ ହେଉଥିବା ବେଳେ ୬୪ ଲକ୍ଷ ୫୩ ହଜାର ୭୭୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.