fbpx

ଦିନକରେ ୫୦ ହଜାରରୁ କମ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦ ।୧୦: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୫ ହଜାର ୧୯୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୭୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୯୭ ହଜାର ୬୩କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୭ ଲକ୍ଷ ୪୮ ହଜାର ୫୩୮ଜଣ ଚିକିତ୍ସିତ ହେଉଥିବା ବେଳେ ୬୭ ଲକ୍ଷ ୩୩ ହଜାର ୩୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.