fbpx

୨୪ ଘଣ୍ଟାରେ କୋରୋନା ନେଲା ୫୧୨ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୧୧।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୭୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୨୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ଲକ୍ଷ ୩୬ ହଜାର ୧୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୯୪ ହଜାର ୬୫୭ ଜଣ ଚିକିତ୍ସିତ ହେଉଥିବା ବେଳେ ୮୦ ଲକ୍ଷ ୧୩ ହଜାର ୭୮୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.