fbpx

ଦେଶରେ ମୃତ୍ୟୁ ସଂଖ୍ୟା ୫୧ ହଜାର ୭୯୭କୁ ବୃଦ୍ଧି

ନୂଆଦିଲ୍ଲୀ,୧୮ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୧ ହଜାର ୭୯୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୫୫ ହଜାର ୦୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ୦୨ ହଜାର ୭୪୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୭୩ ହଜାର ୧୬୬ ଜଣ ଚିକିତ୍ସିତ ହେଉଥିବା ବେଳେ ୧୯ ଲକ୍ଷ ୭୭ ହଜାର ୭୭୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.