fbpx

୨୪ ଘଣ୍ଟାରେ କୋରୋନା ନେଲା ୪୩୫ ଜଣଙ୍କ ଜୀବନ

Advertisement

ନୂଆଦିଲ୍ଲୀ,୧୬।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୦ ହଜାର ୭୦ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦ ହଜାର ୫୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୫ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୪୫ ହଜାର ୧୨୭କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୬୫ ହଜାର ୪୭୮ ଜଣ ଚିକିତ୍ସିତ ହେଉଥିବା ବେଳେ ୮୨ ଲକ୍ଷ ୪୯ ହଜାର ୫୭୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.