fbpx

ଦେଶରେ ଦିନକରେ ୩୬ ହଜାର ୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ, ୫୦୧ମୃତ

ନୂଆଦିଲ୍ଲୀ,୨।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୮ ହଜାର ୧୨୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୯୯ ହଜାର ୪୧୪କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୨୮ ହଜାର ୬୪୪ ଜଣ ଚିକିତ୍ସିତ ହେଉଥିବା ବେଳେ ୮୯ ଲକ୍ଷ ୩୨ ହଜାର ୬୪୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.