fbpx

ଦେଶରେ ୯୫ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୮ ହଜାର ୬୪୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫ ହଜାର ୫୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୩୪ ହଜାର ୯୬୫ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୨୨ ହଜାର ୯୪୩ ଜଣ ଚିକିତ୍ସିତ ହେଉଥିବା ବେଳେ ୮୯ ଲକ୍ଷ ୭୩ ହଜାର ୩୭୩ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.