fbpx

ଦେଶରେ ଦିନକରେ ଚାଲିଗଲା ୫୪୦ ଜୀବନ

ନୂଆଦିଲ୍ଲୀ,୪।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୯ ହଜାର ୧୮୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୫୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୦ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୭୧ ହଜାର ୫୫୯ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୪ ଲକ୍ଷ ୧୬ ହଜାର ୦୮୨ ଜଣ ଚିକିତ୍ସିତ ହେଉଥିବା ବେଳେ ୯୦ ଲକ୍ଷ ୧୬ ହଜାର ୨୮୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.