INDvsENG: ଇଂଲଣ୍ଡ ବିପକ୍ଷ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଦଳରେ ସାମିଲ୍ ହେଲେ ବରୁଣ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳ ଇଂଲଣ୍ଡ ବିପକ୍ଷରେ ୩ଟି ଦିନିକିଆ ମ୍ୟାଚ୍ ଖେଳିବ।

ବିସିସିଆଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ବରୁଣ ଚକ୍ରବର୍ତ୍ତୀଙ୍କୁ ଭାରତୀୟ ଦଳରେ ସାମିଲ କରିଛି । ସ୍ପିନର ବରୁଣ ଚକ୍ରବର୍ତ୍ତୀ ନିକଟରେ ଇଂଲଣ୍ଡ ବିପକ୍ଷ ଟି-୨୦ ଶୃଙ୍ଖଳାରେ ଚମତ୍କାର ପ୍ରଦର୍ଶନ କରିଥିଲେ।

ଏହି ସିରିଜରେ ବରୁଣ ଭାରତ ପାଇଁ ସର୍ବାଧିକ ୧୪ ଟି ୱିକେଟ୍ ନେଇଥିଲେ । ଭାରତୀୟ ଦଳ ଫେବ୍ରୁଆରି ୬, ୯ ଓ ୧୨ ତାରିଖରେ ନାଗପୁର, କଟକ ଓ ଅହମ୍ମଦାବାଦରେ ଇଂଲଣ୍ଡ ବିପକ୍ଷରେ ଦିନିକିଆ ମ୍ୟାଚ୍ ଖେଳିବ।

ଏହି ସିରିଜ୍ ପରେ ଭାରତୀୟ ଦଳ ଚାମ୍ପିୟନ୍ସ ଟ୍ରଫି ପାଇଁ ଦୁବାଇ ଅଭିମୁଖେ ଯାତ୍ରା କରିବ।

ଇଂଲଣ୍ଡ ବିପକ୍ଷ ଭାରତୀୟ ଦିନିକିଆ ଦଳ ନିମ୍ନଲିଖିତ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ (ଉପଅଧିନାୟକ), ଯଶସ୍ୱୀ ଜୟସୱାଲ, ବିରାଟ କୋହଲି, ଶ୍ରେୟସ ଆୟର, କେଏଲ୍ ରାହୁଲ (ୱିକେଟକିପର)।

ଋଷଭ ପନ୍ତ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଦେଜା, ୱାଶିଂଟନ ସୁନ୍ଦର, ଅକ୍ଷର ପଟେଲ, କୁଲଦୀପ ଯାଦବ, ହର୍ଷିତ ରାଣା, ମହମ୍ମଦ ସାମି, ଅର୍ଶଦୀପ ସିଂହ ଓ ବରୁଣ ଚକ୍ରବର୍ତ୍ତୀ।