fbpx

ମହିଳା ଦିବସରେ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ, ୮ା୧୩: ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ । ଚଳିତବର୍ଷ ମଧ୍ୟ ଆଜିର ଦିନକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି । ଏନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଆସନ୍ତୁ ମହିଳାଙ୍କ ସୁରକ୍ଷା ଓ ସମ୍ମାନ ପାଇଁ ପ୍ରତିବଦ୍ଧ ହେବା । ମହିଳାଙ୍କୁ ଉତ୍ସାହିତ କଲେ ସେମାନେ ଆଗକୁ ବଢ଼ିବେ ଯାହାଦ୍ୱାରା ତାଙ୍କ ଇଚ୍ଛା ପୂରଣ ହେବ ବୋଲି ସେ କହିଛନ୍ତି ।

 

Get real time updates directly on you device, subscribe now.