ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍): ରାଜ୍ୟ ସରକାର ସୋମବାର ଗୁଇନ୍ଦା ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି । ତାଙ୍କୁ ଗୃହ ବିଭାଗର ଓଏସ୍ଡି ଭାବେ ନିଯୁକ୍ତି ଦିଆଯାଇଛି । ତାଙ୍କ ସ୍ଥାନରେ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର.ପି. କୋଚେଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।