fbpx
BJD
BJD SKY
BJD SKY

ସବୁ ଠିକ ପରେ ବି ବାହାଘରରେ ବିଳମ୍ବ ହେଉଛି କି ? ତେବେ ଆପଣାନ୍ତୁ ଏହି ଉପାୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, କୁଣ୍ଡଳୀରେ ବୃହଷ୍ପତି ଅଶୁଭ ସ୍ଥାନରେ ଥିଲେ ବିବାହରେ ବହୁତ ସମସ୍ୟା ଉପୁଜିଥାଏ । କିନ୍ତୁ ବୃହଷ୍ପତି ଗ୍ରହଙ୍କ ଦୋଷକୁ ଦୂର କରିବା ପାଇଁ କେତେକ ଉପାୟ ରହିଛି । ଏହି ଉପାୟ ଯଦି ଗୁରୁ ପୁଷ୍ୟର ଶୁଭ ମୁହୂର୍ତ୍ତରେ କରାଯିବ ତେବେ ମନସ୍କାମନା ଖୁବ୍ ଶୀଘ୍ର ପୂର୍ଣ୍ଣ ହେବ । ଅନ୍ୟପଟେ ଯଦି କାହାର ବିବାହରେ ବିଳମ୍ବ ହେଉଥାଏ ଏଥିପାଇଁ ଘରର ବାସ୍ତୁ ଦୋଷ କେତେକାଂଶରେ ଦାୟୀ ବୋଲି ବିଶ୍ୱାସ କରାଯାଏ। ଘରେଥିବା ଛୋଟଛୋଟ ବାସ୍ତୁ ଦୋଷ ଦୂର କରି ଏହି ସମସ୍ୟାରୁ ମୁକ୍ତି ପାଆନ୍ତୁ। ଜାଣନ୍ତୁ କ’ଣ କଲେ ବିବାହ ଶୀଘ୍ର ହେବା ସହ, ଭଲ ଜୀବନସାଥୀ ମିଳିବ ।

ଉପାୟ :-

ଗୁରୁବାର ଦିନ କଦଳୀ ଗଛ ମୂଳରେ ହଳଦିଆ କପଡା ରଖି ଦେବଗୁରୁ ବୃହସ୍ପତି ଏବଂ ଭଗବାନ ବିଷ୍ଣୁଙ୍କ ମୂର୍ତ୍ତି ସ୍ଥାପନ କରନ୍ତୁ । ଯଦି ଏହା ସମ୍ଭବପର ନୁହେଁ ତେବେ କଦଳୀ ପତ୍ରରେ ମଧ୍ୟ ଉଭୟ ଭଗବାନଙ୍କ ପ୍ରତିମା ସ୍ଥାପିତ କରିପାରିବେ ।

ଗାଈ କ୍ଷୀରରେ ବୃହସ୍ପତି ଓବିଷ୍ଣୁଙ୍କ ଅଭିଷେକ କରି ହଳଦିଆ ଫୁଲ, ହଳଦିଆ ଚନ୍ଦନ, ଗୁଡ, ଚଣାଡାଲି, ହଳଦିଆ ବସ୍ତ୍ର ଅର୍ପଣ କରନ୍ତୁ।

ଭଗବାନଙ୍କୁ ପ୍ରସାଦରେ ହଳଦିଆ ରନ୍ଧାଖାଦ୍ୟ ଏବଂ ହଳଦିଆ ଫଳ ଅର୍ପଣ କରନ୍ତୁ ।

ଏହିଭଳି ପୂଜା କରିବା ପରେ ଦେବଗୁରୁ ବୃହସ୍ପତି ଏବଂ ଭଗବାନ ବିଷ୍ଣୁଙ୍କ ଆରତି ଗାଈର ଶୁଦ୍ଧ ଘିଅରେ ଦୀପ ଲଗାଇ କରନ୍ତୁ ।

ଏହିଭଳି ଗୁରୁ ପୁଷ୍ୟ ଯୋଗରେ ପୂଜା କରିବା ଦ୍ବାରା ଗୁରୁର ଅଶୁଭ ପ୍ରଭାବ ଟଳିଥାଏ ଏବଂ ଶୁଭ ଫଳ ମିଳିବାକୁ ଲାଗିଥାଏ । ଏହାସହ ବିବାହର ଯୋଗ ମଧ୍ୟ ପଡିବାକୁ ଲାଗିଥାଏ ।

Get real time updates directly on you device, subscribe now.