ସାବଧାନ୍! ଫେବ୍ରୁଆରୀ ୩ରୁ ବର୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁଣି ପଶ୍ଚିମା ଝଡ଼କୁ ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ପଶ୍ଚିମା ଝଡ଼ ପ୍ରଭାବରେ ଫେବ୍ରୁଆରୀ ୩ରୁ ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ଅନ୍ୟପଟେ ଉତ୍ତର ପଶ୍ଚିମରୁ ଶୁଷ୍କ ବାୟୁ ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ ଲହର ଜାରି ରହିଛି । ପ୍ରବଳ ଥଣ୍ଡାରେ ଥରୁଛି ସାରା ଓଡ଼ିଶା । ଆହୁରି ୨ ଦିନ ଶୀତ ଲହରୀ ଜାରି ରହିବା ନେଇ ସତର୍କ ସୂଚନା ଜାରି କରିଛନ୍ତି ଏସଆରସି । ଶୀତ ପାଇଁ ୧୪ ଟି ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ଅଧିକ ଶୀତ ଅନୁଭୂତ ହେବା ନେଇ ଜାରି ହୋଇଛି ସତର୍କ ସୂଚନା ।