fbpx

ଆଗାମୀ ୩ ଘଣ୍ଟାରେ ପ୍ରବଳ ବର୍ଷିବ, ସତର୍କ କଲା ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ୱର: ଦେଶ ତଥା ରାଜ୍ୟରେ ଜାରି ରହିଛି ବର୍ଷା। ତେବେ ଆଗାମୀ ୩ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିବା ବେଳେ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସୂଚନା ଅନୁଯାୟୀ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କନ୍ଧମାଳ, ନୂଆପଡା, ବରଗଡ଼, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଜଗତସିଂହପୁର, ବୌଦ୍ଧ, ଭଦ୍ରକ ଏବଂ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମସ୍ତ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Get real time updates directly on you device, subscribe now.