fbpx
BJD SKY
BJD SKY

୨୪ ତାରିଖ ଯାଏଁ ବର୍ଷିବ : ମତ୍ସଜୀବୀଙ୍କୁ ସମଦ୍ର ଯିବା ମନା

BJD

ଭୁବନେଶ୍ୱର : ଆଜି ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମର କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି । ବାୟୁମଣ୍ଡଳରେ ୭.୬ କି.ମି ଉଚ୍ଚତା ପର୍ଯ୍ୟନ୍ତ ସକ୍ରିୟ ରହିଥିବାରୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭଅବରେ ଆସନ୍ତା ୮ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

ଗୁରୁବାର ଦିନ ୬ଟି ଜିଲ୍ଲାର କେତେକ ସ୍ତାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ଆଜି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ସୂବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, କଟକ, ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁଲାଇ ୨୧ରେ ସୂବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତସିଂପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ବେଳେ ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ।

ଲଗାଣ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମି ରହିବାକୁ ଥିବାରୁ ସମସ୍ୟା ଉପୁଜିପାରେ । ଅତି ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଠିକ ଭାବେ ରାସ୍ତାଘାଟ ଦୃଶ୍ୟମାନ ହେବ ନାହିଁ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂସ୍ଖଳନ ହୋଇପାରେ। ତେଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ସାଧାରଣ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ସକ୍ରିୟ ମୌସୁମୀ ପ୍ରବାହ ଓ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ତଥା ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ରୁ ୫୦ କିମି ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ୨୦ରୁ ୨୨ ତାରିଖ ପର‌୍ୟ୍ୟ ନ୍ତ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି।

Get real time updates directly on you device, subscribe now.