ପୁରୀ: କାଲି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ 5 ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ଏହି ସ୍ୱତନ୍ତ୍ର ନୀତି।
ବନକଲାଗି ନୀତି ପାଇଁ କାଲି ରାତି 9 ରୁ 2 ଯାଏଁ ଦର୍ଶନ ବନ୍ଦ ରହିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବନକଲାଗିରେ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି ।
ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ କଳା, ଧଳା, ନାଲି ଓ ହଳଦିଆ ବ୍ୟବହୃତ ହୋଇଥାଏ । ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଉଥିବାବେଳେ ହରିତାଳ ଲାଲ ରଙ୍ଗ ପାଇଁ ବ୍ୟବହୃତ ହୋଇଥାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।
ଅନ୍ୟପଟେ ଜଗନ୍ନାଥଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ପ୍ରଜ୍ଜ୍ୱଳିତ ଦୀପରୁ ସଂଗୃହୀତ କଳା ବ୍ୟବହାର ହୋଇଥାଏ । ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି 2 ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ ।