fbpx

ଗୋବିନ୍ଦ ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ଜେଲ ୱାର୍ଡର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାକୁ ନେଇ ରାଜନୀତି ଜୋର ଧରିଛି । ଏହି ମାମଲାକୁ ସିଆଇଡି-କ୍ରାଇମବ୍ରାଞ୍ଚ ତଦନ୍ତ କରିବ ବୋଲି ପୋଲିସ ଡିଗି ନିର୍ଦ୍ଦେଶ ଦେଇଛନ୍ତ । ଏହାରି ମଧ୍ୟରେ ଆଉ ଏକ ବଡ଼ ଫଖବର ସାମ୍ନାକୁ ଆସିଛି । ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାରେ ନିଆଯାଇଛି ବଡ଼ କାର୍ଯ୍ୟାନୁଷ୍ଠାନ । ଏହି ମାମଲାରେ ଜେଲ ୱାର୍ଡରଙ୍କୁ ନିଲମ୍ବିତ କରାଯାଇଛି ।

ସୂଚନା ମୁତାବକ, କଣ୍ଟାବାଞ୍ଜି ଜେଲ ୱାର୍ଡର ଅକ୍ଷୟ କୁମାର ମହାନ୍ତି ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ ଜେଲ ୱାର୍ଡରଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବିନ ନେଇ ସମ୍ବଲପୁର ରେଞ୍ଜ ଜେଲ ଡିଆଇଜି ସୂଚନା ଦେଇଛନ୍ତି ।

ତେବେ ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲାର ତଦନ୍ତ କରିବ ସିଆଇଡି କ୍ରାଇମବ୍ରାଞ୍ଚ । ଏନେଇ ପୋଲିସ ଡିଜି ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । କେଉଁ ପରିସ୍ଥିତିରେ ଗୋବିନ୍ଦ ସାହୁର ମୃତ୍ୟୁ ହୋଇଛି, ସେନେଇ ତଦନ୍ତ ହେବ । ଅନ୍ୟପଟେ ବିରୋଧୀମାନେ ଏହାର ସିବିଆଇ ତଦନ୍ତ ଦାବି କରୁଥିଲେ ।

Get real time updates directly on you device, subscribe now.