fbpx
BJD
BJD SKY
BJD SKY

ଯାଜପୁର ରୋଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ

ଓଡ଼ିଶା ଭାସ୍କର: ଯାଜପୁର ରୋଡ଼ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି । ସୂଚନାରୁ ପ୍ରକାଶ କଳିଙ୍ଗ ନଗର ସ୍ଥିତ ଜିନ୍ଦଲ କାରଖାନା ନିକଟରେ ଟ୍ରକ୍ ସହ ଏକ ବାଇକ୍ ପିଟି ହୋଇଯାଇଥିଲା । ଏହି ବାଇକରେ ୩ ଜଣ ଯାଉଥିବା ବେଲେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା । ଗୁରୁତର ଆହତ ଜଣଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ମୃତକମାନେ ଦାନଗଦି ଅଞ୍ଚଳର ବୋଲି ଜଣାପଡ଼ିଛି । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଫେରାର ଥିବା ଜଣାପଡ଼ିଛି । ଏହି ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଏହା ସହ ଗାଡ଼ି ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

Get real time updates directly on you device, subscribe now.