fbpx

ଜଳ ଜୀବନ ମିଶନ: ଓଡ଼ିଶାକୁ ୩,୩୨୩ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ, ଆର୍ଥିକ ଆବଣ୍ଟନ ପରିମାଣ ଚାରିଗୁଣା ବୃଦ୍ଧି

ନୂଆଦିଲ୍ଲୀ, (ଓଡ଼ିଶା ଭାସ୍କର): ଦେଶର ପ୍ରତ୍ୟେକ ପରିବାରକୁ ଟ୍ୟାପ ଜରିଆରେ ସ୍ୱଚ୍ଛ ଜଳ ଯୋଗାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଙ୍କଳ୍ପ ଅନୁରୂପ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜଳ ଜୀବନ ମିଶନରେ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦିଆଯାଇଛି ।

୨୦୨୦-୨୧ ଆର୍ଥିକବର୍ଷରେ ଏହି ପରିମାଣ ୮୧୨.୧୫ କୋଟି ଟଙ୍କା ଥିଲା । କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଓଡ଼ିଶାକୁ ଏହି ଚାରିଗୁଣ ଅଧିକ ଆର୍ଥିକ ଅନୁଦାନ ଯୋଗାଯିବା ସମ୍ପର୍କରେ ଘୋଷଣା କରି ମାର୍ଚ୍ଚ ୨୦୨୪ ସୁଦ୍ଧା ରାଜ୍ୟର ସମସ୍ତ ଗ୍ରାମୀଣ ପରିବାରକୁ ଟ୍ୟାପ ଯୋଗେ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ କେନ୍ଦ୍ର ସରକାର ସମସ୍ତ ସହାୟତା ଯୋଗାଇବେ ବୋଲି କହିଛନ୍ତି ।

Get real time updates directly on you device, subscribe now.