fbpx

ବିପଦସଙ୍କେତ ଉପରେ ଜଳକା : ୭ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌) :ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନିଭୂତ ହେଉଛି । ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ହେଉଛି । ତେବେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁଁ ମଥାନୀ ଠାରେ ଜଳକା ନଦୀ ବିପଦସଙ୍କେତ ଉପରେ ପ୍ରଭାବିତ ହେଉଛି । ମଥାନୀ ନିକଟରେ ବିପଦସଙ୍କେତ ୫.୫ ମିଟର ଥିବାବେଳେ ଏବେ ମଥାନୀ ଠାରେ ୫.୭ ମିଟର ଉଚ୍ଚରେ ଜଳ ପ୍ରବାହିତ ହେଉଛି । ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ଏହାରି ଭିତରେ ଆସନ୍ତାକାଲି ସକାଳ ଯାଏଁ ୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଢେଙ୍କାନାଳ ଓ ନୟାଗଡ଼ । ବର୍ଷା ନେଇ ଆଉ ୬ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ । ଅନ୍ୟପକ୍ଷରେ ବର୍ଷା ନେଇ ଆଉ ୮ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର,ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ।

Get real time updates directly on you device, subscribe now.