fbpx

ଝରିଗାଁ ବିଧାୟକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ, ପୀଡିତାଙ୍କୁ ଏତଲା ରଖିଲାନି ପୋଲିସ

କୁଶପୁତଳିକା ଦାହ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ନବରଙ୍ଗପୁର ଜିଲ୍ଲା ଝରିଗାଁ ବିଧାୟକ ପ୍ରକାଶ ମାଝୀଙ୍କ ବିରୋଧରେ ଆସିଛି ଯୌନ ନିର୍ଯାତନା ଭଳି ସଙ୍ଗୀନ ଅଭିଯୋଗ । ଗତ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବିଧାୟକ ଜଣେ ଯୁବତୀଙ୍କୁ ଯୌନ ଶୋଷଣ କରୁଥିବା ବେଳେ ଏବେ ହତ୍ୟା ଧମକ ଦେଉଥିବା ଅଭିଯୋଗ ହୋଇଛି । ଏନେଇ ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ ସତ୍ୱେ ପୋଲିସ୍‌ ଏତଲା ଗ୍ରହଣ କରୁ ନ ଥିବା କଂଗ୍ରେସ ଅଭିଯୋଗ କରିଛି ।

ଏହି ଘଟଣାରେ ମଙ୍ଗଳବାର ବିଧାୟକ ପ୍ରକାଶ ମାଝୀଙ୍କ କୁଶପୁତଳିକା ଦାହ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଜିଲ୍ଲା କଂଗ୍ରେସ । ଏଥିସହ ପୀଡ଼ିତାଙ୍କୁ ନ୍ୟାୟ ନ ମିଳିଲେ ଜିଲ୍ଲାର ପ୍ରତ୍ୟେକ ଥାନା ଘେରାଉ କରାଯିବା ସହ ଜିଲ୍ଲା ବନ୍ଦ ଡାକରା ଦିଆଯିବ ବୋଲି ଚେତାବନୀ ଦେଇଛି । ମଙ୍ଗଳବାର ନବରଙ୍ଗପୁର ଜିଲ୍ଲା କଂଗ୍ରେସ ସଭାପତି ମୁନା ତ୍ରିାଠୀ, ବିଜେପି ଜିଲ୍ଲା ସଭାପତି ଜଗଦୀଶ ଚନ୍ଦ୍ର ବିଶୋଇ ଓ ବିଜେପି ବିଧାୟକ ପ୍ରାର୍ଥୀ ଗୌରୀଶଙ୍କର ମାଝି ବିଧାୟକଙ୍କ ବିରୋଧରେ ପୃଥକ ଭାବେ ଏହି ସଙ୍ଗୀନ ଅଭିଯୋଗ ଆଣିଛନ୍ତି । କଂଗ୍ରେସ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ବିଧାୟକଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି ହୋଇଛି ।

Get real time updates directly on you device, subscribe now.