ଜିଓ ପକ୍ଷରୁ ତାଳଚେରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ, ସାରା ଓଡ଼ିଶାର ୧୩ଟି ସହରରେ ପହଂଚିଲା ଟ୍ରୁ-୫ଜି

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର ତାଳଚେର ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଆଜି ଘୋଷଣା କରାଯିବା ସହ ରାଜ୍ୟର ୧୩ଟି ସହରରେ ଟ୍ରୁ-୫ଜିର ଲାଭ ପହଂଚିଛି । ପୂର୍ବରୁ ଜିଓ ପକ୍ଷରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର ଓ ଅନୁଗୁଳର ନାଲ୍କୋ ଭଳି ୧୨ ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା । ଏହି ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ୫ଜି ସେବାର ଶୁଭାରମ୍ଭ କରିଛି ।

ଜାତୀୟ ସ୍ତରରେ ୧୦ଟି ଅଧିକ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ବିଷୟରେ ଆଜି ଜିଓ ପକ୍ଷରୁ ଘୋଷଣା କରାଯାଇଛି ଯେଉଁଥିରେ ସାମିଲ ରହିଛି ତାଳଚେର (ଓଡ଼ିଶା), ହିନ୍ଦୁପୁର, ମଦନପଲ୍ଲୀ, ପ୍ରୋଡାତୁର (ଆନ୍ଧ୍ରପ୍ରଦେଶ), ରାୟଗଡ଼ (ଛତିଶଗଡ଼), ପଟିଆଲା (ପଂଜାବ), ଅଲୱର (ରାଜସ୍ଥାନ), ମଂଚେରିଆଲ (ତେଲେଙ୍ଗାନା), ଗୋରଖପୁର (ଉତରପ୍ରଦେଶ) ଓ ରୁର୍କି (ଉତରାଖଣ୍ଡ) ।

ଏଥି ସହିତ ଦେଶରେ ଜିଓ ଟ୍ରୁ-୫ଜି ସେବା ଉପଭୋଗ କରୁଥିବା ମୋଟ ସହର ସଂଖ୍ୟା ୨୩୬ରେ ପହଂଚିଛି । ଏହି ସବୁ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ଜିଓ ପକ୍ଷରୁ ୫ଜି ସେବାର ଶୁଭରମ୍ଭ କରାଯାଇଛି । ଆଜିଠାରୁ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍ରୁ ଅଧିକ ସ୍ପିଡ୍ ପର୍ଯ୍ୟନ୍ତର ଅସୀମିତ ଡାଟା ଅନୁଭୂତି ହାସଲ କରିବା ଲାଗି ଏହି ସହରଗୁଡ଼ିକରେ ଜିଓ ଗ୍ରାହକମାନଙ୍କୁ ଜିଓ ୱେଲକମ୍ ଅଫରରେ ଆମନ୍ତ୍ରଣ କରାଯିବ ।
ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବାରୁ ଏହି ଅଂଚଳର ଗ୍ରାହକମାନେ ଶ୍ରେଷ୍ଠ ଟେଲିଯୋଗାଯୋଗ ନେଟ୍ୱର୍କ ସମେତ ଇ-ଗଭର୍ଣ୍ଣାସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ, ସ୍ୱାସ୍ଥ୍ୟ ସେବା, କୃଷି, ଆଇଟି ଓ ଏସ୍ଏମ୍ଇ କ୍ଷେତ୍ରରେ ଅସୀମିତ ଅଭିବୃଦ୍ଧି ସୁଯୋଗ ପାଇବେ ।

ଜିଓ ଟ୍ରୁ-୫ଜିର ତିନି ପ୍ରକାର ବିଶେଷ ଫାଇଦା ରହିଛି ଯାହା ଏହାକୁ ଭାରତରେ ଏକମାତ୍ର ଟ୍ରୁ-୫ଜି ନେଟୱର୍କ କରିଗଢିତୋଳିଛି:
୧. ୪ଜି ନେଟୱର୍କ ଉପରେ ଶୂନ୍ୟ ନିର୍ଭରଶୀଳତା ସହିତ ଷ୍ଟାଣ୍ଡ୍-ଏଲୋନ ୫ଜି ସଂରଚନା
୨. ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ, ୨୬ ଗିଗାହର୍ଜ ବ୍ୟାଣ୍ଡ୍ରେ ସର୍ବବୃହତ ଏବଂ ସର୍ବୋତମ ୫ଜି
ସ୍ପେକ୍ଟ୍ରମର ସମ୍ମିଶ୍ରଣ
୩. କ୍ୟାରିୟର ଆଗ୍ରିଗେସନ୍ ଭଳି ଏକ ନୂତନ ଅତ୍ୟାଧୁନିକ ପ୍ରଯୁକ୍ତି ଉପଯୋଗରେ ପ୍ରତିବନ୍ଧକଶୂନ୍ୟ ଭାବରେ ଏହି ୫ଜି ଫ୍ରିକ୍ୱେନ୍ସିଗୁଡିକୁ ଗୋଟିଏ ମଜଭୁତ ‘ଡାଟା ହାଇୱେ’ରେ ପରିଣତ କରୁଛି