‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ ଜେ.ପି ନଡ୍ଡା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ। ରାଜ୍ୟରେ 'ଆୟୁଷ୍ମାନ ଭାରତ' ଯୋଜନାର ଶୁଭାରମ୍ଭ କରିବେ ଜେପି ନଡ୍ଡା।

ଭୁବନେଶ୍ୱର: ଭୁବଶ୍ୱେର ବିମାନ ବନ୍ଦରରେ ପହଞ୍ଚିଲେ ଜେ.ପି ନଡ୍ଡା। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ। ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କରିବେ ଜେପି ନଡ୍ଡା।

ବିମାନବନ୍ଦରରୁ ସିଧାସଳଖ କଟକ ଗସ୍ତ କରିବେ। କଟକରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟବୀମା କାର୍ଯ୍ୟକ୍ରମରେ ଯୋଗ ଦେଇ ଯୋଜନାର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି।
୧୨ ତାରିଖରେ ପୁରୀରେ ବିଜେପି ପ୍ରଶିକ୍ଷଣ ଶିବିର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।