fbpx

OSSC ପକ୍ଷରୁ ସୂଚନା: ଜୁନିୟର ଟାଇପିଷ୍ଟ, ଷ୍ଟେନୋ, ଜୁନିୟର କ୍ଲର୍କ, ଡିଇଓ ପ୍ରିଲିମିନାରୀ ପରୀକ୍ଷାର ଉତ୍ତରମାଳା ଜାରି ହେଲା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତ ବର୍ଷ ନଭେମ୍ବର ମାସ ୧୦ ତାରିଖରେ ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଷ୍ଟେନୋଗ୍ରାଫର, ଜୁନିୟର ଗ୍ରେଡ ଷ୍ଟେନୋଗ୍ରାଫର, ଜୁନିୟର ଗ୍ରେଡ୍ ଟାଇପିଷ୍ଟ, ଜୁନିୟର ଟାଇପିଷ୍ଟ, ଜୁନିୟର କ୍ଲର୍କ ଆଣ୍ଡ ଟାଇପିଷ୍ଟ, ଟାଇପିଷ୍ଟ ଆଣ୍ଡ କପିଇଷ୍ଟ, ଜୁନିୟର ଗ୍ରେଡ ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର ଆଦି ପଦ ପୂରଣ ପାଇଁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏନେଇ ନଭେମ୍ବର ମାସ ୧୮ ତାରିଖରୁ ଅନଲାଇନ୍ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ମାସ ୧୭ ତାରିଖରେ ସମାପ୍ତ ହୋଇଥିଲା ।

ଏହି ସମସ୍ତ ପଦ ପାଇଁ ଫେବୃଆରୀ ମାସ ୪ ତାରିଖରେ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ତେବେ ଏହା ମଧ୍ୟରେ ପ୍ରିଲିମିନାରୀ ପରୀକ୍ଷାର ଆନସର କି (ଉତ୍ତରମାଳା) ଜାରି କରାଯାଇଛି । ଉତ୍ତରମାଳାକୁ ନେଇ ଯଦି କୌଣସି ପ୍ରାର୍ଥୀଙ୍କର କିଛି ଅଭିଯୋଗ ରହିଥାଏ ତେବେ ସେମାନେ ଫେବୃଆରୀ ୧୫ରୁ ୧୮ ତାରିଖ ମଧ୍ୟରେ ଏନେଇ ଆବେଦନ କରିପାରିବେ । ଏହି ତାରିଖ ପରେ କୌଣସି ପ୍ରାର୍ଥୀଙ୍କ ଦାବି ଗ୍ରହଣ କରାଯିବ ନାହିଁ ।

ଓଏମଆର ଉତ୍ତର ଶିଟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପ୍ରତି ଭୁଲ୍ ଉତ୍ତର ପାଇଁ ୦.୨୫ ମାର୍କ ମାଇନସ୍ କରାଯିବ । ଏହି ସମସ୍ତ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଅଲଗା ଅଲଗା ରହିଥିଲା । ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୦୨୩ ମସିହା ଜାନୁଆରୀ ମାସ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୧୮ ରୁ ୩୮ ବର୍ଷ ମଧ୍ୟରେ ରହିଥିଲା । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ ବୋଲି କୁହାଯାଇଥିଲା । ଯୋଗ୍ୟ ପ୍ରାର୍ଥୀଙ୍କୁ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ ନିଯୁକ୍ତି ଦିଆଯିବ ।

Get real time updates directly on you device, subscribe now.