fbpx

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭଞ୍ଜନଗର: ଗଞ୍ଜାମ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର କୁଲାଡ଼ ସ୍ଥିତ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି ।

ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଏକାକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଚାଲିଥିବା ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ ବାସଭବନ ଓ ୩ ମହଲା ଘର, ଭଞ୍ଜନଗରର ଅଫିସ୍, ନିର୍ମାଣାଧାନ ଦୁଇମହଲା ଘର, ବ୍ରହ୍ମପୁରର ତୁଳସୀନଗରରେ ଥିବା ୪ମହଲା ଘର, ଦୁଇ ସଂପର୍କୀୟଙ୍କ ଘର ଓ ପୈତୃକ ଘର, ଭଞ୍ଜନଗର ଥାନା ଅନ୍ତର୍ଗତ ଲୁଡ଼ୁଲୁଡ଼ି ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଭିଜିଲାନ୍ସ ଚଢ଼ାଉ ଟିମରେ ୭ ଜଣ ଡିଏସପି ଓ ୫ ଜଣ ଏଏସ ଆଇ ଓ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଥିବା ଜଣାପଡ଼ିଛି ।

Get real time updates directly on you device, subscribe now.