fbpx

କାଳବୈଶାଖୀ ସମ୍ଭାବନା: ୨୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୨୪ଟି ଜିଲ୍ଲାରେ ଆଜି ହୋଇପାରେ କାଳବୈଶାଖୀ ବର୍ଷା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ବହିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ସୂଚନା ମୁତାବକ, ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧ। ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ଝାରସୁଗୁଡା ସମ୍ବଲପୁର , ଦେବଗଡ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡାରେ କାଳବୈଶାଖୀ ସମ୍ଭାବନା ରହିଛି।

ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି । ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତ ନେଇ ଆଜି ଜିଲ୍ଲାପାଳଙ୍କ ସହ ସମୀକ୍ଷା କରିବେ SRC । ଭିଡିଓ କନଫରେନ୍ସଂ ଜରିଆରେ ଜିଲ୍ଲାପାଳଙ୍କ ସହ ବୈଠକ କରିବେ ଏସଆରସି ।

Get real time updates directly on you device, subscribe now.