ମେ ୭ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ ବର୍ଷା, ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଓଡ଼ିଶାରେ କାଳବୈଶାଖୀ ବର୍ଷା ଜୋରଦାର ହେଉଛି। ଏହା ମେ ୭ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ବଜ୍ରପାତ, ଝଡ଼ ଏବଂ ଶିଳାବର୍ଷଣ ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି ଏବଂ ଗଞ୍ଜାମ। ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ହେବ।

ଭାରତୀୟ ପାଣିପାଗ ବିଭାଗ (IMD) କାଳବୈଶାଖୀ ବର୍ଷା ପାଇଁ ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମେ ୭ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ପାଞ୍ଚ ଦିନରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତେବେ ଆଗାମୀ ଦୁଇ ଦିନରେ କିଛି ଜିଲ୍ଲାରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇପାରେ।

Image