fbpx

କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କୁ କରୋନା

AAKASH

କଳାହାଣ୍ଡି,୨୭ ।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ଏହାରି ମଧ୍ୟରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା କରୋନା ପଜିଟିଭ୍ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ବସନ୍ତ । ସଂସ୍ପର୍ଶରେ ଆସିଥିବା ଲୋକଙ୍କ ଟେଷ୍ଟ କରିବାକୁ ସେ ଅନୁରୋଧ ମଧ୍ୟ କରିଛନ୍ତି ।

ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୪ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ହଜାର ୪୮୨ ରହିଥିବା ବେଳେ ୧୪୪୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.