fbpx

କଳାହାଣ୍ଡିର ଉତକେଲା ବିମାନବନ୍ଦରକୁ ମିଳିଲା ଡିଜିସିଏ ପକ୍ଷରୁ ଅନୁମତି : ଟ୍ୱିଟ କରି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ପାଇଁ ଆଉ ଏକ ଖୁସି ଖବର। ରାଜ୍ୟର ଆଉ ଏକ ବିମାନ ବନ୍ଦରରୁ ବିମାନ ଉଡାଣ ନେଇ ଡିଜିସିଏ ପକ୍ଷରୁ ଅନୁମତି ମିଳିଛି । କଳାହାଣ୍ଡିର ଉତକେଲା ବିମାନ ବନ୍ଦରରେ ବିମାନ ଉଡାଣ ପାଇଁ ଗତମାସରେ ଡିଜିସିଏ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରି ଯାଇଥିଲେ । ଏନେଇ ଆଜି ବିମାନ ଉଡାଣ ପାଇଁ ଅନୁମତି ପ୍ରଦାନ କରିଛନ୍ତି ।

ସୂଚନା ଅନୁସାରେ, ଗତମାସରେ ଡିଜିସିଏ ଟିମ୍ କଳାହାଣ୍ଡିର ଉତକେଲା ବିମାନ ବନ୍ଦର ଆସି ବିମାନ ଉଡାଣ ପାଇଁ ସ୍ଥିତି ଅନୁଧ୍ୟାନ କରି ଯାଇଥିଲେ । ପରବର୍ତ୍ତୀ ସମୟରେ ସେଠାରେ ଉଡାଣ ପାଇଁ ଅନୁମତି ପ୍ରଦାନ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଖୁସି ପ୍ରକାଶ କରିବା ସହ ଖୁବ୍‌ଶୀଘ୍ର ଭବାନୀପାଟଣାରୁ ଭୁବନେଶ୍ୱରକୁ ବିମାନ ଉଡ଼ିବ ବୋଲି ଟ୍ବିଟରେ ଉଲ୍ଲେଖ କରିଛନ୍ତି। ବିମାନ ବନ୍ଦରରୁ ବିମାନ ସେବା ଆରମ୍ଭ ହେବ ପରେ ରାଜ୍ୟରେ ଯୋଗାଯୋଗ, ବାଣିଜ୍ୟ ଓ ପର‌୍ୟ୍ୟଟନ ମଧ୍ୟ ସୁଦୃଢ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି । ଏହା ସହିତ କଳାହାଣ୍ଡିର ପରିଚୟ ମଧ୍ୟ ବଦଳିଛି । ମୁଖ୍ୟମନ୍ତ୍ରୀଙ୍କ ପାଇଁ କଳାହାଣ୍ଡି ନୂଆ ପରିଚୟ ପାଇଛି । କଳାହାଣ୍ଡିବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ।

Get real time updates directly on you device, subscribe now.