fbpx

ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା, କିନ୍ତୁ ତାପମାତ୍ରାରେ ବିଶେଷ ହେବନି ପରିବର୍ତ୍ତନ

ଭୁବନେଶ୍ୱର: ଆଗାମୀ ୨ ଦିନରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ ସହ ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଛୁଇଁବା ନେଇ ପାଗ ଅନୁକୂଳ ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପାଖାପାଖି ରହିପାରେ ।

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ନେଇ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ରାୟଗଡ଼଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ ।

୨୯ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇପାରେ । ସେହିଭଳି ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହୋଇପାରେ କାଳବୈଶାଖୀ ବର୍ଷା । ଏଭଳି ପାଗ ଜୁନ୍ ୨ ତାରିଖ ଯାଏ ଲାଗି ରହିବାକୁ ଥିବା ବେଳେ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Get real time updates directly on you device, subscribe now.