fbpx

କାଳିଆ ଯୋଜନା : ସମଗ୍ର ଚାଷୀଙ୍କ ଖାତାକୁ ଗଲା ୯୨୦ କୋଟି ଟଙ୍କା

ଭୁବନେଶ୍ୱର, ୧୪/୦୫(ଓଡିଶା ଭାସ୍କର) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୨ ଲଷ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଛି । ରାଜ୍ୟର ଛୋଟ ଚାଷୀ, ନାମ ମାତ୍ର ଚାଷୀ, ଓ ଭୂମି ହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନାର ସହାୟତା ପାଇଛନ୍ତି । ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ଚାଷୀକୁଳଙ୍କ ମୁହଁରେ ହସ ଆଣିଛି । ଚାଷୀର ଋଣ ଭାର ଲାଘବରେ ମଧ୍ୟ ଏହା ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚାଷୀ ଆମର ଗର୍ବ ଓ ଗୌରବ । ଗତବର୍ଷ କୋଭିଡ଼ ସମୟରେ ଚାଷୀ ହିଁ ଅର୍ଥନୀତି କୁ ବଜାୟ ରଖିଥିଲେ ।

କୋଭିଡ଼ ସମ୍ପର୍କରେ ସଚେତନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏବେ ଆମେ କୋଭିଡ଼ ସଂକ୍ରମଣର ଦ୍ଵିତୀୟ ଲହରକୁ ଆମେ ସମସ୍ତେ ସାମନା କରୁଛେ । ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକଡାଉନ୍ ଲାଗୁ କରାଯାଇଛି । କିନ୍ତୁ କୃଷି ଷେତ୍ର ପାଇଁ କୌଣସି ଲକ୍ ଡାଉନ ନାହିଁ । ତେଣୁ ଚାଷୀମାନେ କୋଭିଡ଼ ନିୟମ ମାନି ଚାଷ କାମ ଜାରି ରଖିବା ସହିତ ସରକାରଙ୍କ ବିଭିନ୍ନ କୃଷି ବିକାଶ ଯୋଜନାର ସୁଯୋଗ ମଧ୍ୟ ନେବା ସେ ପାଇଁ ଆହ୍ଵାନ ଜଣାଇଥିଲେ । ତେବେ ଏହି କାର୍ୟ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅରୁଣ ସାହୁ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷା, ମୁଖ୍ୟ ପରାମର୍ଶ ଦାତା ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.