fbpx

କାଞ୍ଚନଜଙ୍ଗା ଟ୍ରେନ୍ ଦୁର୍ଘଟଣା: ମୃତକଙ୍କ ପରିବାରଙ୍କୁ ୨ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ, ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି, ୬୦ ଜଣ ଆହତ

Advertisement

କୋଲକାତା: ଆଜି ପଶ୍ଚିମବଙ୍ଗରେ ଦେଖିବାକୁ ମିଳିଛି ଛାତିଥରା ଟ୍ରେନ ଦୁର୍ଘଟଣା । ଏନେଇ ରାଷ୍ଟ୍ରପତି ଦ୍ରୌପଦୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମେତ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଅନ୍ୟ ବ୍ୟକ୍ତି ବିଶେଷ ଶୋକ ବ୍ୟକ୍ତ କରିଛନ୍ତି । ରେଳବାଇ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି କରାଯାଇଥିବା ବେଳେ NDRF ଟିମ୍ ଯୁଦ୍ଧ କାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଥିବା ବେଳେ ୬୦ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

କାଞ୍ଚନଜଙ୍ଗା ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାର ବର୍ଗଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ସେହିପରି ଆହତଙ୍କ ପରିବାରଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଘୋଷଣା ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଲେଖାଏଁ ସହାୟତା ଦିଆଯିବା ନେଇ ଘୋଷଣା କରାଯାଇଛି ।

Get real time updates directly on you device, subscribe now.