fbpx

ନିଲମ୍ବିତ ହେଲେ କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ

କଳାହାଣ୍ଡି, ୨୨ା୨ (ଓଡିଶା ଭାସ୍କର): କଳାହାଣ୍ଡି ଜିଲ୍ଲାର କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ଗଣେଶ ପୂଜାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି । ତେବେ କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବନ କରାଯାଇଥିବା ସ୍ପଷ୍ଟ କରାଯାଇଛି । ସୂଚନାଯୋଗ୍ୟ ଯେ, ୨୦ ଦିନ ମଧ୍ୟରେ କର୍ଲାପାଟ ଅଭୟାରଣ୍ୟରେ ୭ଟି ହାତୀ ମରିଥିବା ଜଣାପଡ଼ିଛି । ନିଲମ୍ବନ ନେଇ ପଶୁ ସମ୍ପଦ ଓ ପ୍ରାଣୀ ଚିକିତ୍ସା ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.