ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦ୍ୟୁରପ୍ପା ରାଜ୍ୟରେ ରାଜ୍ୟରେ ଲକଡାଉନକୁ ଜୁନ୍ ୧୪ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ନିକଟରେ ସରକାର ମେ ୨୪ ରୁ ଜୁନ୍ ୭ ପର୍ଯ୍ୟନ୍ତ ପ୍ରତିବନ୍ଧକ ଲଗାଇବାକୁ ଘୋଷଣା କରିଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୩୮୭ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଏପର୍ଯ୍ୟନ୍ତ ଏହି ଭୂତାଣୁ ଯୋଗୁଁ ୩୦ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।
Next Post