fbpx

ଲୋକସଭା ନିର୍ବାଚନ ପୂର୍ବରୁ ବିଜେପିକୁ ଝଟକା: ପଦରୁ ଇସ୍ତଫା ଦେଲେ ସାଂସଦ କରାଡୀ ସଙ୍ଗନ୍ନା

Advertisement

ନୂଆଦିଲ୍ଲୀ: ଏପ୍ରିଲ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେଉଛି । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ମତଦାନ ଗ୍ରହଣ କରାଯିବ । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏପରି ସ୍ଥିତିରେ ରାଜନେତାମାନେ ଦଳ ବଦଳ କରୁଥିବା ଦେଖାଯାଉଛି ।

ଏହା ମଧ୍ୟରେ ବିଜେପି ଶିବିରରୁ ଆସିଛି ଏକ ବଡ଼ ଖବର । ବିଜେପି ସାଂସଦ କରାଡୀ ସଙ୍ଗନ୍ନା ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ଶ୍ରୀ ସଙ୍ଗନ୍ନା ନିଜର ଇସ୍ତଫା ପତ୍ର ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ନିକଟକୁ ପଠାଇଦେଇଛନ୍ତି । ୨୦୧୯ରେ କୋପ୍ପାଲ ସଂସଦୀୟ କ୍ଷେତ୍ରରୁ ବିଜେପି ଟିକେଟରେ ଶ୍ରୀ ସଙ୍ଗନା ବିଜୟୀ ହୋଇଥିଲେ । ମାତ୍ର ଚଳିତ ଥର ଦଳ ତାଙ୍କୁ ପ୍ରାଥୀ କରିନଥିଲା । ତେଣୁ ଅସନ୍ତୋଷ ପ୍ରକାଶ କରି ସେ ଦଳ ଛାଡ଼ିଥିବା କୁହାଯାଉଛି । ସେ ଖୁବଶୀଘ୍ର କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି ।

Get real time updates directly on you device, subscribe now.